
ବ୍ରହ୍ମପୁର,୧୧/୭|୨୦୨୫( ଖବର ସଙ୍ଗେ ସଙ୍ଗେ ବ୍ୟୁରୋ)
ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ଆଉ କିଛି ଦିନ ପରେ ସୁଭଦ୍ରାର ୩ୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଖାତାକୁ ଆସିବ । ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ଅର୍ଥାତ୍ ଅଗଷ୍ଟ ୯ ତାରିଖରେ ୩ୟ କିସ୍ତି ଟଙ୍କା ମିଳିବ। ଅର୍ଥାତ୍ ୩ୟ କିସ୍ତି ମିଳିଲା ପରେ ମୋଟ ୧୫ ହଜାର ଟଙ୍କା ହିତାଧିକାରୀ ପାଇବେ । କିନ୍ତୁ କେବଳ ଯୋଗ୍ୟ ହିତାଧିକାରୀ ହିଁ ପାଇବେ । ଅଯୋଗ୍ୟ ହିତାଧିକାରୀ ଆବେଦନ କରିଲେ ନାଁ ସରକାର କାଟିଦେବେ ।