ବିଶ୍ଵ ପ୍ଲାଷ୍ଟିକ ସର୍ଜରୀ ଦିବସରେ ସଚେତନତା ଆଲୋଚନା

Khabar Sange Sange

July 15, 2025

Min Read

ବ୍ରହ୍ମପୁର, ୧୪ ଜୁଲାଇ ୨୦୨୫ (ଖବର ସଙ୍ଗେ ସଙ୍ଗେ ବ୍ୟୁରୋ) : ବ୍ରହ୍ମପୁର ଏମକେସିଜି ବଡ ଡାକ୍ତର ଖାନା ର ପ୍ଲାଷ୍ଟିକ ସର୍ଜରୀ ବିଭାଗ ତରଫରୁ ମଙ୍ଗଳବାର ବିଶ୍ଵ ପ୍ଲାଷ୍ଟିକ ସର୍ଜରୀ ଦିବସ ପାଳିତ ହୋଇଯାଇଛି। ବିଭାଗୀୟ ମୁଖ୍ୟ ପ୍ରଫେସର ପୃଥ୍ୱୀରାଜ ସିଂହ ଙ୍କ ଅଧ୍ୟକ୍ଷତାରେ ପ୍ରଥମେ ଏକ ସଚେତନତା ରାଲି ବାହାରି ମେଡିକାଲ ଅଞ୍ଚଳରେ ପରିକ୍ରମା କରି ଚିକିତ୍ସା କ୍ଷେତ୍ରରେ ପ୍ଲାଷ୍ଟିକ ସର୍ଜରୀ ର ଆବଶ୍ୟକତା ନେଇ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା । ଏହି ଅବସରରେ ବିଭାଗ ସମ୍ମିଳନୀ କକ୍ଷରେ ଏକ ଆଲୋଚନା ଚକ୍ର ଆୟୋଜିତ ହୋଇଥିଲା । ଏଠାରେ ପ୍ଲାଷ୍ଟିକ ସର୍ଜରୀ ଦିବସ ସମ୍ପର୍କ ରେ ବିଭାଗୀୟ ମୂଖ୍ୟ ପ୍ରଫେସର ସିଂହ ଆଲୋକପାତ କରିଥିଲେ । ଏହି ଦିବସ ଉପଲକ୍ଷେ କେକ୍ କଟା ଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ସହକାରୀ ପ୍ରଫେସର ତନ୍ମୟ କୁମାର ମହାପାତ୍ର, ଡ଼ା ଜସ୍ମିନ କୁମାର୍ ପାଣିଗ୍ରାହୀ, ଡ଼ା ଶିବରାମ କ୍ରିଷ୍ଣା , ଡ଼ା ଜ୍ୟୋତି ରଞ୍ଜନ ପ୍ରଧାନ ଡ଼ା ଲିପ୍ସା ସ୍ୱାଇଁ , ଡ଼ା ପ୍ରେମ୍ ପ୍ରକାଶ, ଡ଼ା ଜ୍ୟୋତିଶି ଙ୍କ ସମେତ ବହୁ ଡାକ୍ତର ଛାତ୍ରଛାତ୍ରୀ, ସେବିକା ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ବହୁ ଗୁରୁତ୍ଵ ପୂର୍ଣ୍ଣ ଅସ୍ତ୍ରୋପଚାର କରାଯାଉଛି । ଗ୍ରହଣ ଖଣ୍ଡିଆ, ସ୍ତନ କର୍କଟ, ମୁଖ ରୋଗ କର୍କଟ ଚିକିତ୍ସା, ଦୁର୍ଘଟଣା ଜନିତ କ୍ଷତ , ମୁଖ ରେ ଲୋମ ଉଠିବା, ଏପରି ବହୁ ଜଟିଳ ଅସ୍ତ୍ରୋପଚାର କରାଯାଉଛି । ପ୍ରତ୍ୟେକ ଜନସାଧାରଣ ଏହାର ସୁଯୋଗ ନେବାକୁ କୁହାଯାଇଥିଲା।

Related Post